31ତହିଁରେ ଆମ୍ଭେମାନେ ତାକୁ କହିଲୁ, ‘ଆମ୍ଭେମାନେ ସଚ୍ଚୋଟ ଲୋକ, ଚୋର ନୋହୁଁ,
32ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।’
33ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, ‘ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ୱାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକୁ ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନିଯାଅ।
34ପୁଣି, ଆପଣାମାନଙ୍କ ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ସଚ୍ଚୋଟ ଲୋକ, ଚୋର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇଙ୍କୁ ତୁମ୍ଭମାନଙ୍କୁ ସମର୍ପଣ କରିଦେବା, ପୁଣି, ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।’”
35ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତି ଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।