ଆଦି ପୁସ୍ତକ 42

ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତି ଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।

Genesis 42:35 (UKJV) And it came to pass as they emptied their sacks, that, behold, every man's bundle of money was in his sack: and when both they and their father saw the bundles of money, they were afraid.

33ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, ‘ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ୱାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକୁ ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନିଯାଅ।

34ପୁଣି, ଆପଣାମାନଙ୍କ ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ସଚ୍ଚୋଟ ଲୋକ, ଚୋର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇଙ୍କୁ ତୁମ୍ଭମାନଙ୍କୁ ସମର୍ପଣ କରିଦେବା, ପୁଣି, ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।’”

35ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତି ଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।

36ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, “ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି, ବିନ୍ୟାମୀନ୍‍କୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି।”

37ତହିଁରେ ରୁବେନ୍‍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋʼ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.