ଆଦି ପୁସ୍ତକ 42

ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, “ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି, ବିନ୍ୟାମୀନ୍‍କୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି।”

Genesis 42:36 (UKJV) And Jacob their father said unto them, Me have all of you bereaved of my children: Joseph is not, and Simeon is not, and all of you will take Benjamin away: all these things are against me.

34ପୁଣି, ଆପଣାମାନଙ୍କ ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ସଚ୍ଚୋଟ ଲୋକ, ଚୋର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇଙ୍କୁ ତୁମ୍ଭମାନଙ୍କୁ ସମର୍ପଣ କରିଦେବା, ପୁଣି, ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।’”

35ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତି ଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।

36ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, “ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି, ବିନ୍ୟାମୀନ୍‍କୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି।”

37ତହିଁରେ ରୁବେନ୍‍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋʼ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।”

38ତେବେ ସେ କହିଲେ, “ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.