2ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”
3ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ।
4ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମୀନ୍କୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, “କେଜାଣି ଅବା ଏହାକୁ ବିପତ୍ତି ଘଟେ।”
5ସେତେବେଳେ ସେଠାକୁ ଯିବା ଲୋକମାନଙ୍କ ମଧ୍ୟରେ ଇସ୍ରାଏଲଙ୍କର ପୁତ୍ରମାନେ ଶସ୍ୟ କିଣିବା ନିମନ୍ତେ ଗଲେ; ଯେହେତୁ କିଣାନ ଦେଶରେ ମଧ୍ୟ ଦୁର୍ଭିକ୍ଷ ଥିଲା।
6ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।