7ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।”
8ମାତ୍ର ଯୋଷେଫ ଆପଣା ଭାଇମାନଙ୍କୁ ଚିହ୍ନିଲେ ହେଁ ସେମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ।
9ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”
10ସେମାନେ କହିଲେ, “ନା ପ୍ରଭୋ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।
11ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହନ୍ତି।”