10ଯଦି ଆମ୍ଭମାନଙ୍କର ଏତେ ବିଳମ୍ବ ହୋଇ ନ ଥାʼନ୍ତା, ତେବେ ଆମ୍ଭେମାନେ ଦ୍ୱିତୀୟ ଥର ବାହୁଡ଼ି ଆସନ୍ତୁଣି।”
11ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।
12ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇଯାଅ; କେଜାଣି ତାହା ଭୁଲ୍ ହୋଇଥିବ।
13ପୁଣି, ଆପଣାମାନଙ୍କ ଭାଇଙ୍କୁ ଘେନି ଉଠି ପୁନର୍ବାର ସେହି ବ୍ୟକ୍ତି ନିକଟକୁ ଯାଅ।
14ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍କୁ ଛାଡ଼ିଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”