ଆଦି ପୁସ୍ତକ 43

ତହୁଁ ସେମାନେ ସେହି ଭେଟି ଦ୍ରବ୍ୟ ଓ ଦ୍ୱିଗୁଣ ଟଙ୍କା ଓ ବିନ୍ୟାମୀନ୍‍କୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ।

Genesis 43:15 (UKJV) And the men took that present, and they took double money in their hand and Benjamin; and rose up, and went down to Egypt, and stood before Joseph.

13ପୁଣି, ଆପଣାମାନଙ୍କ ଭାଇଙ୍କୁ ଘେନି ଉଠି ପୁନର୍ବାର ସେହି ବ୍ୟକ୍ତି ନିକଟକୁ ଯାଅ।

14ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍‍କୁ ଛାଡ଼ିଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”

15ତହୁଁ ସେମାନେ ସେହି ଭେଟି ଦ୍ରବ୍ୟ ଓ ଦ୍ୱିଗୁଣ ଟଙ୍କା ଓ ବିନ୍ୟାମୀନ୍‍କୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ।

16ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମୀନ୍‍କୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, “ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ।”

17ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.