17ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା।
18ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।”
19ତେଣୁ ସେମାନେ ଯୋଷେଫଙ୍କ ଗୃହାଧ୍ୟକ୍ଷ ନିକଟକୁ ଯାଇ ଗୃହର ପ୍ରବେଶ ସ୍ଥାନରେ ତାହା ସହିତ କଥାବାର୍ତ୍ତା କରି କହିଲେ,
20“ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ;
21ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।