ଆଦି ପୁସ୍ତକ 43

“ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ;

Genesis 43:20 (UKJV) And said, O sir, we came indeed down at the first time to buy food:

18ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।”

19ତେଣୁ ସେମାନେ ଯୋଷେଫଙ୍କ ଗୃହାଧ୍ୟକ୍ଷ ନିକଟକୁ ଯାଇ ଗୃହର ପ୍ରବେଶ ସ୍ଥାନରେ ତାହା ସହିତ କଥାବାର୍ତ୍ତା କରି କହିଲେ,

20“ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ;

21ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍‍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।

22ପୁଣି, ଶସ୍ୟ କିଣିବା ନିମନ୍ତେ ଆମ୍ଭେମାନେ ଆଉ ଟଙ୍କା ଆଣିଅଛୁ; ମାତ୍ର ସେହି ଟଙ୍କା ଆମ୍ଭମାନଙ୍କ ପଟରେ କିଏ ରଖିଥିଲା, ଆମ୍ଭେମାନେ ତାହା ଜାଣି ନାହୁଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.