21ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।
22ପୁଣି, ଶସ୍ୟ କିଣିବା ନିମନ୍ତେ ଆମ୍ଭେମାନେ ଆଉ ଟଙ୍କା ଆଣିଅଛୁ; ମାତ୍ର ସେହି ଟଙ୍କା ଆମ୍ଭମାନଙ୍କ ପଟରେ କିଏ ରଖିଥିଲା, ଆମ୍ଭେମାନେ ତାହା ଜାଣି ନାହୁଁ।”
23ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତ ଧନ ଦେଇଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା।
24ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।
25ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ।