ଆଦି ପୁସ୍ତକ 43

ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, “ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?”

Genesis 43:27 (UKJV) And he asked them of their welfare, and said, Is your father well, the old man of whom all of you spoke? Is he yet alive?

25ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ।

26ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟି ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ।

27ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, “ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?”

28ସେମାନେ କହିଲେ, “ଆପଣଙ୍କ ଦାସ ଆମ୍ଭମାନଙ୍କ ପିତା କୁଶଳରେ ଅଛନ୍ତି, ସେ ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି।” ତହୁଁ ସେମାନେ ମସ୍ତକ ନତ କରି ପ୍ରଣାମ କଲେ।

29ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍‍କୁ ଦେଖି କହିଲେ, “ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.