ଆଦି ପୁସ୍ତକ 43

ତହିଁରେ ଯିହୁଦା ତାଙ୍କୁ କହିଲା, “ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’

Genesis 43:3 (UKJV) And Judah spoke unto him, saying, The man did solemnly protest unto us, saying, All of you shall not see my face, except your brother be with you.

1ଏହି ସମୟରେ ମଧ୍ୟଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା।

2ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।”

3ତହିଁରେ ଯିହୁଦା ତାଙ୍କୁ କହିଲା, “ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’

4ଏଣୁ ଯଦି ତୁମ୍ଭେ ଆମ୍ଭମାନଙ୍କ ଭାଇକୁ ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ।

5ମାତ୍ର ଯଦି ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.