ଆଦି ପୁସ୍ତକ 43

ଏଥିଉତ୍ତାରେ ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି, ଆପଣାକୁ ସମ୍ଭାଳି “ଭକ୍ଷ୍ୟଦ୍ରବ୍ୟ ପରିବେଷଣ କରିବା ନିମନ୍ତେ” ଆଜ୍ଞା ଦେଲେ।

Genesis 43:31 (UKJV) And he washed his face, and went out, and refrained himself, and said, Set on bread.

29ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍‍କୁ ଦେଖି କହିଲେ, “ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।”

30ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।

31ଏଥିଉତ୍ତାରେ ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି, ଆପଣାକୁ ସମ୍ଭାଳି “ଭକ୍ଷ୍ୟଦ୍ରବ୍ୟ ପରିବେଷଣ କରିବା ନିମନ୍ତେ” ଆଜ୍ଞା ଦେଲେ।

32ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସରୀୟମାନଙ୍କର ଘୃଣିତ କର୍ମ।

33ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.