ଆଦି ପୁସ୍ତକ 43

ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।

Genesis 43:33 (UKJV) And they sat before him, the firstborn according to his birthright, and the youngest according to his youth: and the men marvelled one at another.

31ଏଥିଉତ୍ତାରେ ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି, ଆପଣାକୁ ସମ୍ଭାଳି “ଭକ୍ଷ୍ୟଦ୍ରବ୍ୟ ପରିବେଷଣ କରିବା ନିମନ୍ତେ” ଆଜ୍ଞା ଦେଲେ।

32ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସରୀୟମାନଙ୍କର ଘୃଣିତ କର୍ମ।

33ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।

34ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍‍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.