32ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସରୀୟମାନଙ୍କର ଘୃଣିତ କର୍ମ।
33ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।
34ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ।