4ଏଣୁ ଯଦି ତୁମ୍ଭେ ଆମ୍ଭମାନଙ୍କ ଭାଇକୁ ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ।
5ମାତ୍ର ଯଦି ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’”
6ତହିଁରେ ଇସ୍ରାଏଲ କହିଲେ, “ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋʼ ପ୍ରତି ଏପରି କୁବ୍ୟବହାର କାହିଁକି କଲ?”
7ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ‘ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି?’ ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ‘ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ?’”
8ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, “ତୁମ୍ଭେ ସେହି ଯୁବାକୁ ମୋʼ ସଙ୍ଗରେ ପଠାଇଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ।