ଆଦି ପୁସ୍ତକ 43

ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ।

Genesis 43:9 (UKJV) I will be guarantor for him; of my hand shall you require him: if I bring him not unto you, and set him before you, then let me bear the blame for ever:

7ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ‘ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି?’ ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ‘ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ?’”

8ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, “ତୁମ୍ଭେ ସେହି ଯୁବାକୁ ମୋʼ ସଙ୍ଗରେ ପଠାଇଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ।

9ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ।

10ଯଦି ଆମ୍ଭମାନଙ୍କର ଏତେ ବିଳମ୍ବ ହୋଇ ନ ଥାʼନ୍ତା, ତେବେ ଆମ୍ଭେମାନେ ଦ୍ୱିତୀୟ ଥର ବାହୁଡ଼ି ଆସନ୍ତୁଣି।”

11ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.