9ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି, ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ।”
10ତହିଁରେ ସେ କହିଲା, “ଭଲ, ତୁମ୍ଭମାନଙ୍କ କଥାନୁସାରେ ହେଉ; ଯାହା ପାଖରୁ ତାହା ମିଳିବ, ସେ ଆମ୍ଭର ଦାସ ହେବ, ମାତ୍ର ଅନ୍ୟମାନେ ନିର୍ଦ୍ଦୋଷ ହେବେ।”
11ତହୁଁ ସେମାନେ ସେହିକ୍ଷଣି ଭୂମିରେ ଆପଣା ଆପଣା ପଟ ଉତ୍ତାରି ପ୍ରତ୍ୟେକେ ଆପଣା ଆପଣା ପଟ ଫିଟାଇବାକୁ ଲାଗିଲେ।
12ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍ର ପଟରୁ ସେହି ତାଟିଆ ମିଳିଲା।
13ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରିଗଲେ।