ଆଦି ପୁସ୍ତକ 44

ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରିଗଲେ।

Genesis 44:13 (UKJV) Then they rent their clothes, and laded every man his ass, and returned to the city.

11ତହୁଁ ସେମାନେ ସେହିକ୍ଷଣି ଭୂମିରେ ଆପଣା ଆପଣା ପଟ ଉତ୍ତାରି ପ୍ରତ୍ୟେକେ ଆପଣା ଆପଣା ପଟ ଫିଟାଇବାକୁ ଲାଗିଲେ।

12ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍‍ର ପଟରୁ ସେହି ତାଟିଆ ମିଳିଲା।

13ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରିଗଲେ।

14ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେହି ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ।

15ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.