13ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରିଗଲେ।
14ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେହି ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ।
15ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ?”
16ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”
17ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲିଯାଅ।”