21ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ‘ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।’
22ତେବେ ଆମ୍ଭେମାନେ ପ୍ରଭୁଙ୍କୁ କହିଥିଲୁ, ‘ସେ ଯୁବା ପିତାଙ୍କୁ ଛାଡ଼ି ପାରିବ ନାହିଁ; ସେ ତାହାର ପିତାଙ୍କୁ ଛାଡ଼ି ଆସିଲେ, ପିତା ମରିଯିବେ।’
23ତହିଁରେ ଆପଣ ଏହି ଦାସମାନଙ୍କୁ କହିଲେ, ‘ତୁମ୍ଭମାନଙ୍କ ସଙ୍ଗରେ କନିଷ୍ଠ ଭାଇ ନ ଆସିଲେ, ତୁମ୍ଭେମାନେ ଆଉ ଆମ୍ଭ ମୁଖ ଦେଖି ପାରିବ ନାହିଁ।’
24ଏଥିଉତ୍ତାରେ ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହିସବୁ କଥା କହିଲୁ।
25ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, ‘ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ।’