22ତେବେ ଆମ୍ଭେମାନେ ପ୍ରଭୁଙ୍କୁ କହିଥିଲୁ, ‘ସେ ଯୁବା ପିତାଙ୍କୁ ଛାଡ଼ି ପାରିବ ନାହିଁ; ସେ ତାହାର ପିତାଙ୍କୁ ଛାଡ଼ି ଆସିଲେ, ପିତା ମରିଯିବେ।’
23ତହିଁରେ ଆପଣ ଏହି ଦାସମାନଙ୍କୁ କହିଲେ, ‘ତୁମ୍ଭମାନଙ୍କ ସଙ୍ଗରେ କନିଷ୍ଠ ଭାଇ ନ ଆସିଲେ, ତୁମ୍ଭେମାନେ ଆଉ ଆମ୍ଭ ମୁଖ ଦେଖି ପାରିବ ନାହିଁ।’
24ଏଥିଉତ୍ତାରେ ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହିସବୁ କଥା କହିଲୁ।
25ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, ‘ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ।’
26ତହିଁରେ ଆମ୍ଭେମାନେ କହିଲୁ, ‘ଯାଇ ପାରିବୁ ନାହିଁ; ଯଦି ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ।’