25ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, ‘ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ।’
26ତହିଁରେ ଆମ୍ଭେମାନେ କହିଲୁ, ‘ଯାଇ ପାରିବୁ ନାହିଁ; ଯଦି ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ।’
27ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ।
28ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।
29ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯଦି ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ୱ କେଶରେ ପାତାଳକୁ ପଠାଇବ।’