ଆଦି ପୁସ୍ତକ 44

ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।

Genesis 44:28 (UKJV) And the one went out from me, and I said, Surely he is torn in pieces; and I saw him not since:

26ତହିଁରେ ଆମ୍ଭେମାନେ କହିଲୁ, ‘ଯାଇ ପାରିବୁ ନାହିଁ; ଯଦି ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ।’

27ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ।

28ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।

29ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯଦି ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ୱ କେଶରେ ପାତାଳକୁ ପଠାଇବ।’

30ଏହେତୁ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯଦି ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍‌କ୍ଷଣାତ୍ ମରିଯିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.