1ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରିଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ-ମୁଖରେ ରଖ।
2ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା।
3ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ।
4ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ିଯାଇ ସେମାନଙ୍କ ସଙ୍ଗ ଧରି କୁହ, ‘ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ?
5ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ୱାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ? ଏପରି କର୍ମ ଦ୍ୱାରା ତୁମ୍ଭେମାନେ ଦୋଷ କରିଅଛ।’”