29ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯଦି ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ୱ କେଶରେ ପାତାଳକୁ ପଠାଇବ।’
30ଏହେତୁ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯଦି ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍କ୍ଷଣାତ୍ ମରିଯିବେ।
31କାରଣ ତାଙ୍କ ପ୍ରାଣ ଏହି ଯୁବାର ପ୍ରାଣରେ ବନ୍ଧା ଅଟେ। ତହିଁରେ ଆପଣଙ୍କର ଏହି ଦାସମାନେ ଶୋକରେ ପକ୍ୱ କେଶରେ ଆପଣଙ୍କ ଦାସ ଆମ୍ଭମାନଙ୍କ ପିତାଙ୍କୁ କବରକୁ ପଠାଇବେ।
32ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ‘ମୁଁ ଯଦି ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି।’
33ଏଣୁ ନିବେଦନ କରୁଅଛି, ପ୍ରଭୁଙ୍କ ନିକଟରେ ଏହି ଯୁବାର ପରିବର୍ତ୍ତେ ଆପଣଙ୍କ ଦାସ ମୁଁ ଆପଣଙ୍କ ଦାସ ହୋଇଥାଏ, ମାତ୍ର ଏହି ଯୁବାକୁ ଭାଇମାନଙ୍କ ସଙ୍ଗରେ ବିଦାୟ କରନ୍ତୁ।