32ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ‘ମୁଁ ଯଦି ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି।’
33ଏଣୁ ନିବେଦନ କରୁଅଛି, ପ୍ରଭୁଙ୍କ ନିକଟରେ ଏହି ଯୁବାର ପରିବର୍ତ୍ତେ ଆପଣଙ୍କ ଦାସ ମୁଁ ଆପଣଙ୍କ ଦାସ ହୋଇଥାଏ, ମାତ୍ର ଏହି ଯୁବାକୁ ଭାଇମାନଙ୍କ ସଙ୍ଗରେ ବିଦାୟ କରନ୍ତୁ।
34କାରଣ ଏହି ଯୁବା ମୋʼ ସଙ୍ଗରେ ନ ଥିଲେ, ମୁଁ କିପରି ପିତାଙ୍କ ନିକଟକୁ ଯାଇ ପାରିବି? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କିପରି ଅବା ଦେଖି ପାରିବି?”