6ଏଥିଉତ୍ତାରେ ସେ ସେମାନଙ୍କ ସଙ୍ଗ ଧରି ଏହିସବୁ କଥା କହିଲା।
7ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ।
8ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିପରି ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ?
9ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି, ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ।”
10ତହିଁରେ ସେ କହିଲା, “ଭଲ, ତୁମ୍ଭମାନଙ୍କ କଥାନୁସାରେ ହେଉ; ଯାହା ପାଖରୁ ତାହା ମିଳିବ, ସେ ଆମ୍ଭର ଦାସ ହେବ, ମାତ୍ର ଅନ୍ୟମାନେ ନିର୍ଦ୍ଦୋଷ ହେବେ।”