9ଏଣୁ ତୁମ୍ଭେମାନେ ଶୀଘ୍ର ମୋʼ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ୱର ମୋତେ ସମସ୍ତ ମିସର ଦେଶର ବିଶିଷ୍ଟ ବ୍ୟକ୍ତି କରିଅଛନ୍ତି; ତୁମ୍ଭେ ମୋʼ ନିକଟକୁ ଆସ, ବିଳମ୍ବ କର ନାହିଁ।
10ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବସ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ।
11ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।’”
12“ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମୀନ୍ର ଚକ୍ଷୁ ଦେଖୁଅଛି।
13ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”