10ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବସ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ।
11ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।’”
12“ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମୀନ୍ର ଚକ୍ଷୁ ଦେଖୁଅଛି।
13ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”
14ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା।