ଆଦି ପୁସ୍ତକ 45

ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”

Genesis 45:13 (UKJV) And all of you shall tell my father of all my glory in Egypt, and of all that all of you have seen; and all of you shall haste and bring down my father here.

11ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।’”

12“ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମୀନ୍‍ର ଚକ୍ଷୁ ଦେଖୁଅଛି।

13ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”

14ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍‍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା।

15ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.