14ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା।
15ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।
16ଆଉ “ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି,” ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ।
17ପୁଣି, ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ‘ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,
18ପୁଣି, ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି, ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ।’