ଆଦି ପୁସ୍ତକ 45

ସେ ଉଚ୍ଚସ୍ୱରରେ ଏପରି ରୋଦନ କଲେ ଯେ, ମିସରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।

Genesis 45:2 (UKJV) And he wept aloud: and the Egyptians and the house of Pharaoh heard.

1ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।

2ସେ ଉଚ୍ଚସ୍ୱରରେ ଏପରି ରୋଦନ କଲେ ଯେ, ମିସରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।

3ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।

4ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.