18ପୁଣି, ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି, ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ।’
19ଏବେ ଆମ୍ଭର ଆଜ୍ଞାନୁସାରେ ‘ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶଗଡ଼ ନେଇଯାଅ, ପୁଣି, ଆପଣାମାନଙ୍କ ପିତାଙ୍କୁ ନେଇଆସ।
20ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ।’”
21ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।
22ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍କୁ ତିନି ଶହ ଶେକେଲ ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।