21ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।
22ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍କୁ ତିନି ଶହ ଶେକେଲ ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।
23ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।
24ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”
25ଏଥିଉତ୍ତାରେ ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ।