23ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।
24ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”
25ଏଥିଉତ୍ତାରେ ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ।
26ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
27ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା।