ଆଦି ପୁସ୍ତକ 45

ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ।

Genesis 45:6 (UKJV) For these two years has the famine been in the land: and yet there are five years, in the which there shall neither be earring nor harvest.

4ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।

5ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।

6ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ।

7ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଅଛନ୍ତି।

8ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇଅଛ, ତାହା ନୁହେଁ, ପରମେଶ୍ୱର ପଠାଇଅଛନ୍ତି; ପୁଣି, ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.