7ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଅଛନ୍ତି।
8ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇଅଛ, ତାହା ନୁହେଁ, ପରମେଶ୍ୱର ପଠାଇଅଛନ୍ତି; ପୁଣି, ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି।
9ଏଣୁ ତୁମ୍ଭେମାନେ ଶୀଘ୍ର ମୋʼ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ୱର ମୋତେ ସମସ୍ତ ମିସର ଦେଶର ବିଶିଷ୍ଟ ବ୍ୟକ୍ତି କରିଅଛନ୍ତି; ତୁମ୍ଭେ ମୋʼ ନିକଟକୁ ଆସ, ବିଳମ୍ବ କର ନାହିଁ।
10ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବସ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ।
11ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।’”