1ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
2ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
3ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।