15ଏମାନେ ଓ କନ୍ୟା ଦୀଣା ପଦ୍ଦନ୍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।
16ଗାଦ୍ର ପୁତ୍ର ସିଫୋନ୍, ହଗି, ଶୂନୀ, ଇଷବୋନ୍, ଏରି, ଅରୋଦି ଓ ଅରେଲୀ।
17ଆଶେରର ପୁତ୍ର ଯିମ୍ନା, ଯିଶ୍ବା, ଯିଶ୍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍କୀୟେଲ।
18ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋହଳ ଜଣ।
19ପୁଣି, ଯାକୁବଙ୍କ ଭାର୍ଯ୍ୟା ରାହେଲର ପୁତ୍ର ଯୋଷେଫ ଓ ବିନ୍ୟାମୀନ୍।