22ଏହି ଚଉଦ ଜଣ ଯାକୁବଙ୍କଠାରୁ ଜାତ ରାହେଲର ସନ୍ତାନ।
23ଆଉ ଦାନ୍ର ପୁତ୍ର ହୂଶୀମ୍।
24ନପ୍ତାଲିର ପୁତ୍ର ଯହସୀୟେଲ, ଗୂନି, ଯେତ୍ସର ଓ ଶିଲ୍ଲେମ।
25ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।
26ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ।