ଆଦି ପୁସ୍ତକ 46

ଲାବନ ଆପଣା କନ୍ୟା ରାହେଲକୁ ବିଲ୍‌ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।

Genesis 46:25 (UKJV) These are the sons of Bilhah, which Laban gave unto Rachel his daughter, and she bare these unto Jacob: all the souls were seven.

23ଆଉ ଦାନ୍‍ର ପୁତ୍ର ହୂଶୀମ୍‍।

24ନପ୍ତାଲିର ପୁତ୍ର ଯହସୀୟେଲ, ଗୂନି, ଯେତ୍ସର ଓ ଶିଲ୍ଲେମ।

25ଲାବନ ଆପଣା କନ୍ୟା ରାହେଲକୁ ବିଲ୍‌ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।

26ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ।

27ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.