25ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।
26ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ।
27ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।
28ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ।
29ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।