ଆଦି ପୁସ୍ତକ 46

ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।

Genesis 46:3 (UKJV) And he said, I am God, the God of your father: fear not to go down into Egypt; for I will there make of you a great nation:

1ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍‍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍‌ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।

2ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”

3ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।

4ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”

5ଏଥିଉତ୍ତାରେ ଯାକୁବ ବେର୍‍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.