28ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ।
29ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।
30ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜି ପର୍ଯ୍ୟନ୍ତ ବଞ୍ଚିଅଛ।”
31ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, ‘କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି।
32ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ଆଣିଅଛନ୍ତି।’