31ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, ‘କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି।
32ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ଆଣିଅଛନ୍ତି।’
33ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ‘ତୁମ୍ଭମାନଙ୍କର କେଉଁ ବ୍ୟବସାୟ?’ ଏ କଥା ଯେତେବେଳେ ପଚାରିବେ,
34ସେତେବେଳେ ତୁମ୍ଭେମାନେ କହିବ, ‘ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ;’ ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।”