ଆଦି ପୁସ୍ତକ 46

ଏଉତ୍ତାରେ ସେମାନେ, ଅର୍ଥାତ୍‍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।

Genesis 46:6 (UKJV) And they took their cattle, and their goods, which they had got in the land of Canaan, and came into Egypt, Jacob, and all his seed with him:

4ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”

5ଏଥିଉତ୍ତାରେ ଯାକୁବ ବେର୍‍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇଗଲେ।

6ଏଉତ୍ତାରେ ସେମାନେ, ଅର୍ଥାତ୍‍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।

7ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।

8ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍‍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.