5ଏଥିଉତ୍ତାରେ ଯାକୁବ ବେର୍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇଗଲେ।
6ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।
7ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।
8ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍।
9ରୁବେନ୍ର ପୁତ୍ର ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି।