ଆଦି ପୁସ୍ତକ 46

ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍‍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍।

Genesis 46:8 (UKJV) And these are the names of the children of Israel, which came into Egypt, Jacob and his sons: Reuben, Jacob's firstborn.

6ଏଉତ୍ତାରେ ସେମାନେ, ଅର୍ଥାତ୍‍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।

7ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।

8ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍‍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍।

9ରୁବେନ୍‍ର ପୁତ୍ର ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି।

10ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.