8ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ?”
9ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”
10ଏଥିଉତ୍ତାରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କରି ତାଙ୍କ ଛାମୁରୁ ବିଦାୟ ହେଲେ।
11ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍, ରାମିଷେଷ୍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ।
12ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟଦ୍ରବ୍ୟ ଦେଇ ପ୍ରତିପାଳନ କଲେ।